20.1 C
Bhubaneswar
Sunday, December 21, 2025
Homeଓଡିଶାମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ

ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ

ପୁରୀ : ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଶନିବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଥିଲା। ୩ ଜଣ ପୂଜାପଣ୍ଡା ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ରବିବାର ରଥ ଉପରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ରଥଟାଣି ନିଜକୁ ଧନ୍ୟ ମନେକରିବେ। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ଅସମ୍ଭବ ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking