29.1 C
Bhubaneswar
Saturday, October 5, 2024
Homeଓଡିଶା୩ ଘଣ୍ଟାରେ ୪ ଜିଲ୍ଲକୁ ୟେଲୋ ୱାର୍ଣ୍ଣିଂ

୩ ଘଣ୍ଟାରେ ୪ ଜିଲ୍ଲକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ହେବା ନେଇ ସତର୍କ ଜାରି କରାଯାଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ରବିବାର ପବିତ୍ର ରଥଯାତ୍ରା ଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ପୁରୀ ସମେତ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking