29.1 C
Bhubaneswar
Saturday, October 5, 2024
Homeଓଡିଶାବଡ଼ଦଣ୍ଡରେ ଭିଜିବେ ଭକ୍ତ ଓ ଭଗବାନ

ବଡ଼ଦଣ୍ଡରେ ଭିଜିବେ ଭକ୍ତ ଓ ଭଗବାନ

ପୁରୀ : ଆଜି ହେଉଛି ପବିତ୍ର ରଥଯାତ୍ରା । ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ । ଏ ବର୍ଷ ରଥଯାତ୍ରାରେ ବର୍ଷାରେ ଭିଜିବ ଶ୍ରୀକ୍ଷେତ୍ର । ବର୍ଷାରେ ଭକ୍ତ ଓ ଭଗବାନ ବର୍ଷାରେ ଭିଜବେ । ଏମିତିକି ପ୍ରବଳ ବର୍ଷାର ଆସଙ୍କା ରହିଛି । ଏହାସହ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ରବିବାର ପବିତ୍ର ରଥଯାତ୍ରା ଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି I ପୁରୀ ସମେତ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରବିବାର ପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ ଓ ମାଲକାନଗିରି ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୋମବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking