24.1 C
Bhubaneswar
Friday, March 6, 2026
Homeଓଡିଶାସଂତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ

ସଂତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ସମସ୍ତ କମିଟିକୁ ଦଳର ସଭାପତି ନବୀନ ପଟ୍ଟନାୟକ ଭଙ୍ଗ କରିଛନ୍ତି। ଖୁବଶୀଘ୍ର ନୂଆ କମିଟି ଗଠନ ହେବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି। ତେବେ ଜିଲ୍ଲା ସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିବେ। ଆଜି ଦଳପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ୫ ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଦଳ ଘୋଷଣା କରିଛି। ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ବ ତୁଲାଇବେ। ସେହିଭଳି ୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ୟ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ, ଡ. ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking