25.9 C
Bhubaneswar
Monday, April 6, 2026
Homeଦେଶ ବିଦେଶଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହିଦ

ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହିଦ

ଶ୍ରୀନଗର : ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଉପରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୪ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଆହତ ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲା ପଞ୍ଜାବର ପଠାନକୋଟ ଜିଲ୍ଲାକୁ ଲାଗି ରହିଛି। କଠୁଆ ସହରଠାରୁ ୧୫୦ କିଲୋମିଟର ଦୂର ଲୋହାଇ ମଲହାରର ବଡନୋଟା ଗାଁରେ ସେନାର କିଛି ଗାଡ଼ି ନିୟମିତ ପାଟ୍ରୋଲିଂ କରୁଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କୁ ଟାର୍ଗେଟ କରିଥିଲେ। ଆତଙ୍କବାଦୀମାନେ ପ୍ରଥମେ ଗ୍ରେନେଡ ଫିଙ୍ଗିବା ପରେ ଗୁଳି ଚଳନା କରିଥିଲେ । ସେନା ପକ୍ଷରୁ ଏହାର ଜବାବ ଦିଆଯାଇଥିଲା । କିନ୍ତୁ ଆତଙ୍କବାଦୀମାନେ ନିକଟସ୍ଥ ଜଙ୍ଗଲ ମଧ୍ୟଦେଇ ଫେରାର ହୋଇଯାଇଥିଲେ । ତେବେ ସଂପୃକ୍ତ ଅଂଚଳରେ ସେନା ଓ ପାରାମିଲିଟାରୀ ଫୋର୍ସର ମିଳିତ କମ୍ବିଂ ଅପରେସନ ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking