16.1 C
Bhubaneswar
Sunday, December 21, 2025
Homeଓଡିଶାନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିରେ ଅଘଟଣ। ବନ୍ଦ ଘରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ନାବାଳିକଙ୍କ ଘର ଉତ୍ତରପ୍ରଦେଶରେ ବୋଲି ଜଣାପଡିଛି। ନାବାଳିକା ଜଣଙ୍କ ଶ୍ରୀରାମ ନଗର ବସ୍ତିର ଜଣେ ମହିଳାଙ୍କ ଘରେ ରହୁଥିଲେ। ଆଜି ସକାଳେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ବନ୍ଦଘରୁ ଉଦ୍ଧାର କରାଯାଇଥିଲା। ତେବେ ନାବାଳିକା ଜଣଙ୍କ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ମହିଳା ଅଭିଯୋଗ କରିଛନ୍ତି।ସେ ଅଭିଯୋଗ କରିଛନ୍ତି ଯେ, ନାବାଳିକା ଜଣେ ପୁଅକୁ ଭଲ ପାଉଥିଲେ। ତାଙ୍କୁ ଘରେ ତାଲା ପକାଇ ରଖିବାରୁ ଆତ୍ମହତ୍ୟା କରିଛନ୍ତି। ତେବେ ନାବାଳିକା ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଜଣାପଡ଼ିନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା ଖୋଳତାଡ କରୁଛି ମଞ୍ଚେଶ୍ୱର ଥାନା ପୁଲିସ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking