21.1 C
Bhubaneswar
Friday, December 27, 2024
Homeଦେଶ ବିଦେଶରୁଷର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ରୁଷର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତ-ରୁଷ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ତାଙ୍କର ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ରୁଷର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାର ‘‘ଦ ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ରିୟୁ ଦ ଆପୋଷ୍ଟଲ’’ରେ ସମ୍ମାନିତ କରାଯାଇଛି । କ୍ରେମଲିନର ସେଣ୍ଟ ଆଣ୍ଡ୍ରିୟୁ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନ ଏହି ପୁରସ୍କାର ପ୍ରଦାନ କରିଥିଲେ । ୨୦୧୯ରେ ଏହି ପୁରସ୍କାର ଘୋଷଣା କରାଯାଇଥିଲା। ପୁରସ୍କାର ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହାକୁ ଭାରତବାସୀ ଏବଂ ଭାରତ ଓ ରୁଷ୍ ମଧ୍ୟରେ ଥିବା ପାରମ୍ପରିକ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଉତ୍ସର୍ଗ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସମ୍ମାନ ଦୁଇ ଦେଶ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀକୁ ପ୍ରଦର୍ଶିତ କରୁଛି । ୩୦୦ ବର୍ଷ ପୂର୍ବେ ଏହି ପୁରସ୍କାର ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଭାରତୀୟ ନେତା ଭାବେ ଏହି ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking