19.1 C
Bhubaneswar
Friday, December 12, 2025
Homeଓଡିଶାଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ

ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ

ପୁରୀ : ସରିଲା ଜନ୍ମବେଦୀରେ ମହାପ୍ରଭୁଙ୍କର ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ହେଉଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ି ଆସିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ୟ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ପରମ୍ପରା ଅନୁଯାୟୀ, ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଆଜି ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ । ବାହୁଡ଼ା ପହଣ୍ଡି ଶେଷ ହେବା ପରେ ସାଢ଼େ ୨ଟାରୁ ସାଢ଼େ ୩ ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ ହେବ । ଏହାପରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ୟ୍ୟ ସମ୍ପନ୍ନ ହେବ । ତେବେ ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ୟ୍ୟ ହୋଇଛି ।ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା ମଧ୍ୟ କରାଯାଇଛି । ସେପଟେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking