24.1 C
Bhubaneswar
Sunday, January 5, 2025
Homeଓଡିଶାସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୯ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୯ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୭.୬ କିଲୋମିଟର ପର୍ଯ୍ୟନ୍ତ  ବ୍ୟାପିଛି । ତେବେ ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ରହିଛି । ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ।  ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅନେକ ଅଞ୍ଚଳରେ ବର୍ଷା ହେଉଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୧୮ରେ ଗଞ୍ଜାମ, ଗଜପତି,ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାକି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ରେ କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking