17.1 C
Bhubaneswar
Monday, December 22, 2025
Homeଓଡିଶା୧୭ରୁ ବଢିବ ବର୍ଷାର ପରିମାଣ

୧୭ରୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର : ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଗୋଟିଏ ଲଘୁଚାପ ସକ୍ରିୟ ରହିଛି, ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି । ଏବେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପା ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ସହ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୭ ତାରିଖରୁ ପୁଣି ବର୍ଷା ର ପରିମାଣ ବୃଦ୍ଧି ପାଇବା ୧୯ ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking