27.1 C
Bhubaneswar
Friday, May 8, 2026
Homeଓଡିଶାନଦୀକୁ ଡେଇଁ ପଡିଲେ ଯୁବକ

ନଦୀକୁ ଡେଇଁ ପଡିଲେ ଯୁବକ

କଟକ : ଛତ୍ରବଜାର ଅଞ୍ଚଳର ଯୁବକ କାଲିଠାରୁ ନିଖୋଜ । ଟୋପି ଓ ଚପଲ ଥିବାରୁ ଯୁବକ ଜଣକ ମହାନଦୀରୁ ଡେଇଁ ପଡିଥିବା ସନ୍ଦେହ । ନିଖୋଜ ଯୁବକ ଜଣକ ହେଲେ କଟକ ସ୍ଥିତ ଛତ୍ରବଜାର ଅଞ୍ଚଳର ପ୍ରଶାନ୍ତ ରାଉତ। ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ଖୋଜାଖୋଜି ଆରମ୍ଭ କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣଙ୍କ ଆସି ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ରାତି ହୋଇଥିବାରୁ ଅଗ୍ନିଶମ ବାହିନୀ ଖୋଜାଖୋଜି କରି ନଥିଲେ। ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି। ଯୋବ୍ରା ବ୍ରିଜ ଉପରେ ଯୁବକଙ୍କ ଟୋପି ଓ ଚପଲ ପଡ଼ିଛି। ଅନ୍ୟପକ୍ଷରେ ଯୁବକଙ୍କ ପରିବାର ଲୋକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking