25.1 C
Bhubaneswar
Sunday, May 3, 2026
Homeଓଡିଶା୧୪ଟି ହାଇସ୍କୁଲ ହାୟର ସେକେଣ୍ଡାରୀ ହେବ : ମୁଖ୍ୟମନ୍ତ୍ରୀ

୧୪ଟି ହାଇସ୍କୁଲ ହାୟର ସେକେଣ୍ଡାରୀ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ଧ୍ୟାନ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହିତ ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ତେବେ ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ଏବଂ ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ୟ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking