27.1 C
Bhubaneswar
Thursday, March 26, 2026
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

କାହା ମୁହଁରେ ଉଚିତ୍ କଥା କହିଲେ ଆପଣ ଖରାପ କାରଣ ପ୍ରତିବାଦୀମାନେ ସବୁବେଳେ ଅପରାଧୀ ସେ ଘରେ ହେଉ କି ବାହାରେ ।
ଝିଅ ମାନଙ୍କର ରୂପ ଆଉ ପୁଅ ମାନଙ୍କର ପକେଟ୍ ଭର୍ତ୍ତି ଟଙ୍କା ନ ଥିଲେ ସମାଜ ତାଙ୍କୁ ଭଲ ନଜରରେ ଦେଖେ ନାହିଁ ।

ଅଲଗା ହେବା ପାଇଁ ତ ବାହାନା ଦରକାର । ସମ୍ପର୍କ ନିଭେଇ ପାରିଲେ ମୃତ୍ୟୁ ବି ଅଲଗା କରି ପାରେନାହିଁ ।

“ପ୍ରେମ” ଆଉ “ବନ୍ଧୁତା” ଏହି ଦୁଇଟି ଖୁବ୍ ଦାମୀ ଯାହାର ମର୍ଯ୍ଯାଦା ସମସ୍ତେ ଦେଇପାରନ୍ତି ନାହିଁ ।*

ପ୍ରତ୍ୟେକ ରାତିରେ ଯେତେବେଳେ ଆମେ ଶୋଇବା ପାଇଁ ଯାଉଛୁ ସେତେବେଳେ ଆମେ Guarantee ଦେଇପାରିବା ନାହିଁ ଯେ ଆସନ୍ତା କାଲିର ସକାଳ ପର୍ଯ୍ୟନ୍ତ ଆମେ ବଞ୍ଚି ରହିବା । ତଥାପି ଆମେ ଘଡିରେ Alarm ଦେଇ ଶୋଉଛୁ । ଏହା ହିଁ ବିଶ୍ବାସ । .
ଗଛ ଲଗାଇବା ପ୍ରୟୋଜନ ନାହିଁ, କେବଳ ଗଛ କାଟିବା ବନ୍ଦ କରିଦିଅନ୍ତୁ, ଗଛ ନିଜେ ନିଜେ ଭରିଦେବ….

ନଦୀ ପରିଷ୍କାର କରିବା ଦରକାର ନାହିଁ, କେବଳ ଆବର୍ଜନା ପକାନ୍ତୁ ନାହିଁ, ନଦୀ ମନକୁ ମନ ପରିଷ୍କାର ହୋଇଯିବ….

ଶାନ୍ତି ରଖିବା ଆବଶ୍ୟକ ନାହିଁ, କେବଳ ଅଶାନ୍ତି କରନ୍ତୁ ନାହିଁ, ଶାନ୍ତି ଆପେ ଆପେ ଫେରି ଆସିବ….

ଅଦ୍ୟ ଜୁଲାଇ ମାସ ୧୭ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଆଷାଢ଼ ମାସ- ଶୁକ୍ଳପକ୍ଷ
ତିଥି- ଏକାଦଶୀ ରାତ୍ରି ଘ ୦୯/୦୭ ଗତେ ଦ୍ଵାଦଶୀ
ନକ୍ଷତ୍ର- ଅନୁରାଧା ରାତ୍ରି ଘ୦୪/୦୩ ଗତେ ଜ୍ୟେଷ୍ଠା
ଚନ୍ଦ୍ର-ବିଛା
ଯୋଗ- ଶୁଭ
କରଣ – ବାଣିଜ୍ୟ
ସୌରମାସ- କର୍କଟ ୦୨ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୧/୨୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୪
*✧═════•❁❀
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୯/୦୭ ଗତେ ନୈଋତେ
ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା- ଦିବା ଘ୦୮/୩୬ ଗତେ ଘ ୧୦/୧୫ ମଧ୍ୟେ ବାରବେଳା – ଦିବା ଘ୧୧/୧୫ ଗତେ ଘ ୦୧/୩୨ ମଧ୍ୟେ
ମୃତେ ରାତ୍ରି ଘ ୦୯/୦୭ ଗତେ ଏକପାଦ ପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୮ ମଧ୍ୟେ ଓ ରାତ୍ରି ଘ୦୭/୧୧ ଗତେ ଘ୦୯/୧୫ ମଧ୍ୟେ ଓ ଘ୦୨/୨୩ ଗତେ ଘ୦୫/୧୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୪୬ ଗତେ ଘ୦୫/୨୪ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଶିମ୍ବ ରାତ୍ରି ଘ୦୯/୦୭ ଗତେ ପୋଇ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ
: ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*
✧═════•❁❀❁•═════✧
ବୃଷ
: ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*
✧═════•❁❀❁•═════✧
ମିଥୁନ
: ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*
✧═════•❁❀❁•═════✧
କର୍କଟ
: କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*
✧═════•❁❀❁•═════✧
ସିଂହ
: ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*
✧═════•❁❀❁•═════✧
କନ୍ୟା
: ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*
✧═════•❁❀❁•═════✧
ତୁଳା
: ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।*
✧═════•❁❀❁•═════✧
ବିଛା
: ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*
✧═════•❁❀❁•═════✧
ଧନୁ
: ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*
✧═════•❁❀❁•═════✧
ମକର
: ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*
✧═════•❁❀❁•═════✧
କୁମ୍ଭ
: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*
✧═════•❁❀❁•═════✧
ମୀନ
: ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking