27.1 C
Bhubaneswar
Friday, May 1, 2026
Homeଓଡିଶାଆସୁଛି ଲଘୁଚାପ ; ପ୍ରବଳ ବର୍ଷିବ

ଆସୁଛି ଲଘୁଚାପ ; ପ୍ରବଳ ବର୍ଷିବ

ଭୁବନେଶ୍ୱର : ଗୋଟିଏ ଲଘୁଚାପ ନ ଯାଉଣୁ, ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking