17.1 C
Bhubaneswar
Tuesday, December 16, 2025
Homeଓଡିଶାଆଇସିୟୁରେ ଭର୍ତ୍ତି ହେଲେ କମଳା ପୂଜାରୀ

ଆଇସିୟୁରେ ଭର୍ତ୍ତି ହେଲେ କମଳା ପୂଜାରୀ

ଭୁବନେଶ୍ୱର :  ପଦ୍ମଶ୍ରୀ କମଳା ପୂଜାରୀ କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଆଜି ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବର ମେଡ଼ିସିନ ବିଭାଗରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି।ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking