24.1 C
Bhubaneswar
Wednesday, January 15, 2025
Homeଓଡିଶାଏସସିବିରେ ଭର୍ତ୍ତିହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଏସସିବିରେ ଭର୍ତ୍ତିହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟରେ ଅବନତି ହେବାରୁ ଆଜି ତାଙ୍କୁ କଟକ ବଡ଼ମେଡ଼ିକାଲ ଏସସିବିରେ ଭର୍ତ୍ତି କରାଯାଇଛି । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡ଼ିସିନ ବିଭାଗରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି । ଗତ କିଛି ଦିନ ହେଲା ଅସୁସ୍ଥ ଥିବାବେଳେ ଆଜି ତାଙ୍କ ସ୍ୱାସ୍ଥ୍ୟରେ ଅବନତି ଘଟିଥିଲା । କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି । ପୂର୍ବରୁ ଶ୍ରୀମତୀ ପୂଜାରୀ ଏକାଧିକବାର ଏସସିବି ମେଡିକାଲରେ ଚିକିତ୍ସିତ ହୋଇ ସୁସ୍ଥ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି । ସୂଚନା ଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି, ସେଗୁଡିକର ସଂରକ୍ଷଣ କରି ପାରିଛନ୍ତି । ଏଥିପାଇଁ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking