23.1 C
Bhubaneswar
Wednesday, January 15, 2025
Homeଓଡିଶାପ୍ରବଳ ବର୍ଷା ପାଇଁ ସତର୍କତା ଜାରି

ପ୍ରବଳ ବର୍ଷା ପାଇଁ ସତର୍କତା ଜାରି

ଭୁବନେଶ୍ୱର : ଆଜିଠୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା। ସେଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ । ଯାହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କୋରାପୁଟ, କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି । ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରୁ ନେଇ ଉତ୍ତର ଓ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking