32.1 C
Bhubaneswar
Saturday, February 14, 2026
Homeଓଡିଶାଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ

ଭୁବନେଶ୍ଵର : ସାରା ରାଜ୍ୟରେ ଆଜି ପାଳିତ ହେଉଛି ‘ରସଗୋଲା ଦିବସ’ । ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। କୁହାଯାଏ ନୀଳାଦ୍ରି ବିଜେ ସମୟରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ପତ୍ନୀଙ୍କୁ ରସଗୋଲା ଭେଟି ଦିଅନ୍ତି। ଏହାପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ପାରନ୍ତି।
୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା ।
କିମ୍ବଦନ୍ତୀ
ପୌରାଣିକ କଥା ଅନୁଯାୟୀ, ରସଗୋଲା ଦେବୀ ଲକ୍ଷ୍ମୀଙ୍କୁ ଭୋଗ ଭାବରେ ଅର୍ପଣ କରାଯାଇଛି। ବିଶ୍ୱାସ କରାଯାଏ, ପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କ ବିନା ଅନୁମତିରେ ୯ ଦିନର ଯାତ୍ରାରେ ଯାଇଥିଲେ। ସ୍ବାମୀ ଏବଂ ତାଙ୍କ ଯାତ୍ରାକୁ ନେଇ ମା’ ଲକ୍ଷ୍ମୀ ରାଗି ମନ୍ଦିରର ପ୍ରବେଶ ଦ୍ୱାରରେ ତାଲା ପକାଇ ଦେଇଥିଲେ ଯେ, ତାଙ୍କ ସ୍ବାମୀ ଯେପରି ଘର ଭିତରକୁ ପ୍ରବେଶ ନ କରନ୍ତି। ତେଣୁ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ପ୍ରଭୁ ଜଗନ୍ନାଥ ତାଙ୍କୁ ରସଗୋଲା ଅର୍ପଣ କରିଥିଲେ।
ପାଳନ
୨୦୧୫ ମସିହା ଜୁଲାଇ ୩୦ ତାରିଖରେ ନିଳାଦ୍ରୀ ବିଜେ ଅବସରରେ କେଳୁ ବେହେରା ମିଠା ବ୍ୟବସାୟୀ ସଙ୍ଘ ତରଫରୁ ପ୍ରଥମ କରି ଏହି ଦିବସ ପାଳନର ଯୋଜନା ନିଆଯାଇଥିଲା । ଏଥିପାଇଁ ସମ୍ବାଦ (ଖବରକାଗଜ), ରେଡ଼ିଓ ଚକୋଲେଟ ଆଦି ଅନୁଷ୍ଠାନ ଏହାର ପ୍ରଚାରପ୍ରସାର ଦାୟିତ୍ୱ ନେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking