22.1 C
Bhubaneswar
Saturday, February 14, 2026
Homeଓଡିଶାବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ବର : ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି । ସିବିଆଇ ତଦନ୍ତ ଦାବି କଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ । ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଚାପି ରଖିଥିଲେ। ପୂର୍ବରୁ ବିଜେପି ବ୍ଲାକରୋଜର ସିବିଆଇ ତଦନ୍ତ ପାଇଁ ଦାବି କରୁଥିଲା । ଏବେ ଦଳ ସରକାରକୁ ଆସିଥିବାରୁ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଉ ବୋଲି ଦାବି କରିଛନ୍ତି ସୂଚନା ଅଧିକାରୀ କର୍ମୀ। ୨୦୦୯ ସେପ୍ଟେମ୍ବର ୯ ତାରିଖରେ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ବୁଡ଼ିଯାଇଥିଲା ଜାହାଜ ବ୍ଲାକରୋଜ। ଏହି ଜାହାଜରେ ଥିଲା ୨୩,୫୦୦ ମେଟ୍ରିକ ଟନ୍ ଲୁହାପଥର। ଏଥିରେ ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା। ଦୀର୍ଘ ଦିନ ଧରି ଜାହାଜଟି ସମୁଦ୍ରରେ ପଡ଼ି ରହିଥିଲା। ଫଳରେ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଏହି ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନଥିଲା। ଏବେ ଜାହାଜଟି ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking