27.1 C
Bhubaneswar
Tuesday, March 31, 2026
Homeଓଡିଶାପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking