19.1 C
Bhubaneswar
Friday, February 13, 2026
Homeଓଡିଶାଆଜି ଶ୍ରାବଣ ମାସର ପ୍ରଥମ ସୋମବାର

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର

ଭୁବନେଶ୍ୱର : ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଆଜିର ଦିନରେ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ । ରାଜ୍ୟର ବିଭିନ୍ନ ଶୈବପୀଠ ମାନଙ୍କରେ ଜଳ ଲାଗି କରୁଛନ୍ତି କାଉଡିଆ। ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ୱର, ବାବା ଆଖଣ୍ଡଳମଣିଙ୍କ ପୀଠରେ ଶତାଧିକ ବୋଲବମ୍ ଭକ୍ତ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି। ବୋଲ୍ ବମ୍ ନାରାରେ କମ୍ପୁଛି ମନ୍ଦିର ପରିସର। ଅଧିକାଂଶ ପୀଠରେ ଗତକାଲିଠୁ ଅନେକ କାଉଡିଆ ପହଁଚିସାରିଛନ୍ତି। ଶ୍ରାବଣର ପହିଲି ସକାଳରେ ମହାଦେବଙ୍କୁ ଜଳ ଲାଗି କରିଛନ୍ତି କାଉଡ଼ିଆ। ମନ୍ଦିର ମାଳିନୀ ଏକାମ୍ର କ୍ଷେତ୍ରର ବିଭିନ୍ନ ମନ୍ଦିରରେ ଭିଡ ହୋଇଥିଲେ ବି ସବୁଠୁ ଅଧିକ ଭିଡ଼ ଲାଗିଛି ପ୍ରଭୁ ଲିଙ୍ଗରାଜଙ୍କ ପାଖରେ।ସେହିପରି ଶ୍ରାବଣ ପ୍ରଥମ ସୋମବାରରେ ଧବଳେଶ୍ୱରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶ୍ରାବଣ ପ୍ରଥମ ସୋମବାରରେ ମନ୍ଦିରରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା ଆୟୋଜନ ହୋଇଛି। ଆଜି ଭୋର୍ ୪ଟାରୁ ବାବାଙ୍କ ମନ୍ଦିର ଖୋଲାଯାଇ ୧୦୮ କଳସରେ ଜଳ ଲାଗି କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking