15.1 C
Bhubaneswar
Wednesday, December 10, 2025
Homeଓଡିଶାପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆହୁରି ୪ ଦିନ ବର୍ଷା ଲାଗି ରହିବ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଆଉ କେତୋଟି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ବରଗଡ଼, ସୋନପୁର, ବୌଦ୍ଧ ଓ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁୁ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking