30.1 C
Bhubaneswar
Saturday, February 14, 2026
Homeଓଡିଶାନୂଆ ମୁଖ୍ୟମନ୍ତ୍ରୀଙ୍କ ଟାସ୍କଫୋର୍ସ ଗଠନ

ନୂଆ ମୁଖ୍ୟମନ୍ତ୍ରୀଙ୍କ ଟାସ୍କଫୋର୍ସ ଗଠନ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ଏହି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ତେବେ ଏହି ଟାସ୍କ ଫୋର୍ସରେ ୮ ଜଣ ସଦସ୍ୟ ଅଛନ୍ତି। ସେମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ, କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ବିଧାୟକ ପଦ୍ମ ଚରଣ ହାଇବୁରୁ, ବିଧାୟକ ସନାତନ ମହାକୁଡ଼, ବିଧାୟକ ଫକୀର ମୋହନ ନାୟକ ଓ ବିଧାୟକ ଅଶୋକ କୁମାର ଦାସ ଅଛନ୍ତି । ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉତ୍ତର ଓ ବିକାଶ ପରିଷଦ ସ୍ଥାପନ ଲାଗି ଏକ ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସ୍ବାଗତ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking