27.8 C
Bhubaneswar
Tuesday, April 14, 2026
Homeଓଡିଶାପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ଫଳରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ସାମିଲ ରହିଛି। ସେଥିମଧ୍ୟରୁ ୧୦ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲ୍ଲା, ୨୮ ତାରିଖରେ ୫ ଜିଲ୍ଲା ଏବଂ ୨୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking