29.1 C
Bhubaneswar
Thursday, May 7, 2026
Homeଓଡିଶାଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷରୁ ନାହିଁ ନିସ୍ତାର

ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷରୁ ନାହିଁ ନିସ୍ତାର

ଭୁବନେଶ୍ୱର : ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷରୁ ନାହିଁ ନିସ୍ତାର। କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ୧୦ ଜିଲ୍ଲା ଓ କାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାଣ୍ଡିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ତେବେ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ସେପଟେ ୩୧ ତାରିଖରେ ବର୍ଷାର ପରିମାଣ ପୁଣି ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ତେବେ ଏହିଦିନ ବିଶେଷ କରି ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ। ଲଘୁଚାପକୁ ଦୃଷ୍ଟିରେ ରଖ୍ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯିବା ସହ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking