30.1 C
Bhubaneswar
Saturday, May 9, 2026
Homeଦେଶ ବିଦେଶଆସନ୍ତା ମାସରେ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ !

ଆସନ୍ତା ମାସରେ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ !

ନୂଆଦିଲ୍ଲୀ : ୟୁକ୍ରେନ ଗ୍ରସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅଗଷ୍ଟ ମାସରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୨୦୨୨ରେ ରୁଷ ୟୁକ୍ରେନ ଉପରେ ଆକ୍ରମଣ କରିବା ପରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ପ୍ରଥମ ଥର ପାଇଁ ଯୁଦ୍ଧଗ୍ରସ୍ତ ରାଷ୍ଟ୍ରକୁ ଗସ୍ତ କରିବେ। ଜୁନରେ ଇଟାଲୀରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଜେଲେନସ୍କିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। କିନ୍ତୁ ଯୁଦ୍ଧ ପରଠାରୁ ଜେଲେନସ୍କି ଭାରତର ସହାୟତା ଲୋଡ଼ି ଆସିଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ୟୁକ୍ରେନ ଗସ୍ତ କରିନଥିଲେ, ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଗସ୍ତ ହେବ।ନିକଟରେ ପ୍ରଧାନମନ୍ତ୍ରୀ ମୋଦି ରୁଷ ଗସ୍ତ କରି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ୨୨ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ପାଇଁ ପୁଟିନଙ୍କ ନିମନ୍ତ୍ରଣ କ୍ରମେ ଜୁଲାଇ ୮ରେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ରୁଷ ଗସ୍ତ କରିଥିଲେ। ଏହି ଅବସରରେ ଉଭୟ ଦେଶ ପରମାଣୁ ଶକ୍ତି ଏବଂ ଜାହାଜ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବାକୁ ଆଲୋଚନା କରିଥିଲେ।ରୁଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନ, ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଅତୁଳନୀୟ ସେବା ପାଇଁ ପୁଟିନଙ୍କ ଦ୍ୱାରା ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ୟୁ ପ୍ରେରିତ ପୁରସ୍କାର ପ୍ରଦାନ କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking