34.1 C
Bhubaneswar
Thursday, March 26, 2026
Homeଓଡିଶାଅଗଷ୍ଟ ୩ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଅଗଷ୍ଟ ୩ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସୁଛି ପୁଣି ଆଉ ଏକ ଲଘୁଚାପ । ୩୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣିବଳୟ ସମ୍ଭାବନା । ଫଳରେ ୩ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁଲାଇ ୩୧ ରୁ ଅଗଷ୍ଟ ୨ ଯାଏଁ ପଡୋଶୀ ରାଜ୍ୟରେ ବି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଏବେ ବି ରାଜ୍ୟରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୧୧ ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ନିଅଣ୍ଟିଆ ବର୍ଷା ଭରଣା ହୋଇପାରେ ବୋଲି ଅନୁମାନ କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking