31.1 C
Bhubaneswar
Thursday, April 30, 2026
Homeଓଡିଶାପଶ୍ଚିମ ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟର ରୂପ ନେବ ଲଘୁଚାପ । ଆଜିଠୁ ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବଭାଗ । ଓଡ଼ିଶାର ଅନେକ ସ୍ଥାନରେ ବର୍ତ୍ତମାନ ବର୍ଷା ହେଉଛି ଏବଂ ଏହା ଅଗଷ୍ଟ ୪ ପର୍ୟ୍ୟନ୍ତ ଜାରି ରହିବା ବୋଲି ଜଣାପଡିଛି। ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରୁ ବଲାଙ୍ଗୀର ପର୍ୟ୍ୟନ୍ତ ପଶ୍ଚିମ ଓଡ଼ିଶାରେ ସମୁଦାୟ ବର୍ଷା ୧୦୦ରୁ ୧୫୦ ମି.ମି ହେବାକୁ ଥିବାବେଳେ ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇପାରେ । ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କା ରହିଛି । ଏପରି ସ୍ଥିତିରେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking