25.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଦିଲ୍ଲୀରେ ପ୍ରବଳ ବର୍ଷା; ୭ ମୃତ

ଦିଲ୍ଲୀରେ ପ୍ରବଳ ବର୍ଷା; ୭ ମୃତ

ନୂଆଦିଲ୍ଲୀ : ବାଦଲାଫଟା ବର୍ଷା ଯୋଗୁ ବେହାଲ ରାଜଧାନୀ ଦିଲ୍ଲୀ। ଏଠାକାର ବିଭିନ୍ନ ଅଞ୍ଚଳରେ ବର୍ଷା ପାଣି ଜମି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ପ୍ରବଳ ବର୍ଷା ଯୋଗୁଁ ରାଜରାସ୍ତାରେ ପାଣିରେ ବୁଡ଼ିଯିବାରୁ ଟ୍ରାଫିକ ସମସ୍ୟା ଦେଖା ଦେଇଛି। ବିଶେଷ କରି ଦିଲ୍ଲୀ ଗାଜିଆୱାଦ ରାସ୍ତା ଓ ଗୁରୁଗ୍ରାମରୁ ଦିଲ୍ଲୀ ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ସନ୍ଧ୍ୟାରେ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଲୋକେ ଅଣ୍ଟାଏ ପାଣିରେ ବୁଡି ଯାଆ ଆସ କରୁଛନ୍ତି। ଡ୍ରେନ୍‌ରେ ପଡି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ପ୍ରବଳ ବର୍ଷାରେ ତିନି ଜଣ ଆହତ ହୋଇଛନ୍ତି। ଦିଲ୍ଲୀରେ ଗୋଟିଏ ଘଣ୍ଟାରେ ୧୧୨ ମିଲିମଟର ବର୍ଷା ରେକର୍ଡ କରାଯାଇଛି।ସୂଚନା ମୁତାବକ, ଗାଜିପୁର ସାପ୍ତାହିକ ବଜାର ଅଞ୍ଚଳରେ ମା’ ଓ ତାଙ୍କର ୩ ବର୍ଷୀୟ ପୁଅ ଡ୍ରେନରେ ଖସିପଡି ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେହିପରି ଅନ୍ୟ କିଛି ଅଞ୍ଚଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ସବଜିମଣ୍ଡି ଅଞ୍ଚଳରେ ଗୋଟିଏ ଦୋକାନ ଭୁଶୁଡ଼ି ପଡ଼ିବାରୁ ଜଣେ ଆହତ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking