19.1 C
Bhubaneswar
Friday, December 19, 2025
Homeଓଡିଶାଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଜାରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେସବୁ ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ।

ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନଗୁଡ଼ିକକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ୪ ଓ ୫ ତାରିଖରେ ଉତର ଉପକୂଳର ଅନେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ରାସ୍ତା ଜଳମଗ୍ନ ଏବଂ ତଳିଆ ଅଞ୍ଚଳ ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାସହିତ ମତ୍ସ୍ୟଜୀବୀମାନଙ୍କୁ ସର୍ତକ ରହିବାକୁ କୁହାଯାଇଛି। ଅନ୍ୟପଟେ ରାଜ୍ୟରେ ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଜୁନ ୧ରୁ ଏଯାବତ ୫୦୭.୦ମିମି ବର୍ଷା ରେକର୍ଡ ହୋଇଛି। କେବଳ ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking