19.1 C
Bhubaneswar
Sunday, February 15, 2026
Homeଓଡିଶାଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ

ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି। । ୟୟପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking