17.1 C
Bhubaneswar
Friday, February 13, 2026
Homeଦେଶ ବିଦେଶନିଟ୍ ୟୁଜି ପେପର ଲିକ୍ ମାମଲାରେ ସିବିଆଇର ଚାର୍ଜସିଟ୍ ଦାଖଲ

ନିଟ୍ ୟୁଜି ପେପର ଲିକ୍ ମାମଲାରେ ସିବିଆଇର ଚାର୍ଜସିଟ୍ ଦାଖଲ

ନୂଆଦିଲ୍ଲୀ : ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ କରିଛି ସିବିଆଇ। ଏହି ଅଭିଯୁକ୍ତମାନେ ପେପର ଲିକ୍ ସହ ଅନ୍ୟ ଅନିୟମିତତାରେ ସାମିଲ ଥିବା ଚାର୍ଜସିଟରେ ଦର୍ଶା ଯାଇଛି। ଅତ୍ୟାଧୁନିକ ଫୋରେନସିକ୍ ଟେକନିକ୍, ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ, ସିସିଟିଭି ଫୁଟେଜ ଏବଂ ଟାୱାର ଲୋକେସନ୍ ଆନାଲିସିସର ବ୍ୟବହାର କରି ଅଭିଯୁକ୍ତଙ୍କ ବିରୋଧରେ ତଥ୍ୟ ଓ ପ୍ରମାଣ ଯୋଗାଡ କରାଯାଇଥିବା ସିବିଆଇ କହିଛି। ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୪୦ ଜଣ ଗିରଫ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବିହାର ପୁଲିସ ଦ୍ୱାରା ୧୫ ଜଣ ଗିରଫ ହୋଇଛନ୍ତି। ମାମଲାର ତଦନ୍ତ ବେଳେ ସିବିଆଇ ୫୮ଟି ସ୍ଥାନରେ ଯାଞ୍ଚ କରିଥିବା ବେଳେ ୬ଟି ଏଫଆଇଆର ରୁଜୁ କରିଛି। ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ତଦନ୍ତ ଏବେ ସିବିଆଇ କରୁଛି। ସିବିଆଇ ତଦନ୍ତ ଦାୟିତ୍ୱ ପାଇବା ପରେ ଏଫଆଇଆର ରୁଜୁ କରିଥିଲା। ବିହାର ପେପର ଲିକ୍‌ର ମୂଳକେନ୍ଦ୍ର ହୋଇଥିବା ବେଳେ ଗୁଜରାଟ, ରାଜସ୍ଥାନ ଓ ମହାରାଷ୍ଟ୍ରରେ ମଧ୍ୟ ଏହାର ଲିଙ୍କ ରହିଛି। ଏଠାରେ ମଧ୍ୟ ପରୀକ୍ଷା ବେଳେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking