22.1 C
Bhubaneswar
Saturday, February 14, 2026
Homeଓଡିଶାଯୋଗେଶ ବାହାଦୂର ଖୁରାନିଆ ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜି

ଯୋଗେଶ ବାହାଦୂର ଖୁରାନିଆ ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜି

ଭୁବନେଶ୍ୱର : ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରାନିଆ ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜି ହେବେ । ନିଯୁକ୍ତି ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ଆଜି ତାଙ୍କ ଡେପୁଟେସନ ଅବଧିକୁ ଆଗୁଆ ସମାପ୍ତ କରି ଓଡ଼ିଶା କ୍ୟାଡ଼ରକୁ ଫେରାଇ ଦେବାପରେ ସେ ରାଜ୍ୟର ନୂଆ ପୁଲିସ ଡିଜି ହେବେ ବୋଲି ପ୍ରାୟତଃ ସ୍ପଷ୍ଟ ହୋଇଛି । ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି । କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜୁଲାଇ ୨୬ ତାରିଖର ପ୍ରସ୍ତାବ ଆଧାରରେ ବିଏସଏଫ ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଶ୍ରୀ ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଛନ୍ତି। ଶ୍ରୀ ଖୁରାନିଆଙ୍କ କେନ୍ଦ୍ରୀୟ ଡେପୁଟେସନକୁ ଆଗୁଆ ସମାପ୍ତ କରି ଓଡ଼ିଶା ଫେରାଇ ଦିଆଯାଇଥିବାରୁ ସେ ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି ।ଶ୍ରୀ ଖୁରାନିଆ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking