ଭୁବନେଶ୍ୱର : ପୁଣି ୬ରୁ ବଢିବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ ଗତକାଲିର ଗାଙ୍ଗେୟ ଉପତ୍ୟକା ଓ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ଲମ୍ୱିଛି। ଯାହା ୨୪ ଘଣ୍ଟା ମଧ୍ୟରେ ଘନିଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜିଠାରୁ ବର୍ଷାର ପରିମାଣ କମିବା ସହିତ ଆସନ୍ତା ୬ ଠାରୁ ୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।