19.1 C
Bhubaneswar
Wednesday, February 11, 2026
Homeଓଡିଶାବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି। ୨୪ ଘଣ୍ଟାରେ ଏହା ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ମଡେଲ୍ ଆକଳନ କରିଛି। ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଙ୍ଗଲାଦେଶ ନିକଟରେ ଏହା ସକ୍ରିୟ ଥିଲା। ଝାଡଖଣ୍ତ ଉପରେ ଲଘୁଚାପ କ୍ଷେତ୍ର ରହିଥିବା ବେଳେ ଏହା ସମୁଦ୍ର ପତ୍ତନର ୭.୬ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଏହା ଉତ୍ତର, ଉତ୍ତର ପଶ୍ଚିମ ଆଡକୁ ଗତି କରିବ । ପରେ ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ। ପ୍ରଭାବରେ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ବରଗଡ ଓ କେନ୍ଦୁଝର। ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହା ସହ ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking