19.1 C
Bhubaneswar
Friday, February 13, 2026
Homeଓଡିଶାପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼। ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇପାରେ।୭ ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।ସେହିପରି ୭ ତାରିଖ ପାଇଁ ୬ ଜିଲ୍ଲା ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, ସମ୍ବଲପୁର ଏବଂ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking