19.1 C
Bhubaneswar
Friday, February 13, 2026
Homeଓଡିଶାଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ

ଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ

ପ୍ରାୟ ୪୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେବେ
ଜିଲ୍ଲାସ୍ତରକୁ ସ୍ବାଧୀନତା ଦିବସ ପାଇଁ ଅଧିକ ଅର୍ଥ ବରାଦ କରାଯିବ

ଭୁବନେଶ୍ୱର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀମତୀ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking