25.9 C
Bhubaneswar
Monday, April 6, 2026
Homeଅପରାଧବାଲେଶ୍ୱରରେ ଫୁଟିଲା ଗୁଳି

ବାଲେଶ୍ୱରରେ ଫୁଟିଲା ଗୁଳି

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ବାଲିଆପାଳ ନିକଟରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଯୁବକ ଜଣଙ୍କ ଜିମ୍‌ରୁ ନିଜ ଘରକୁ ଫେରୁଥିଲେ। ବାଲିଆନିକଟରେ ୪ ଜଣ ଦୁର୍ବୃତ୍ତ ବୁଲେଟ୍‌ରେ ଆସି ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏଥିସହ ପରିବାର ଲୋକଙ୍କୁ ଘଟଣା ସଂପର୍କରେ ଜଣାଇଥିଲେ।ତେବେ ଯୁବକଙ୍କୁ ଦୁର୍ବୃତ୍ତମାନେ କାହିଁକି ଗୁଳିମାଡ କଲେ, ଏହାପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking