35 C
Bhubaneswar
Friday, June 26, 2026
Homeଓଡିଶାଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ :ବୁଧବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କୁ ଦିବା ପହୁଡ଼ ଆଳତି କରାଯିବ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ସମ୍ପନ୍ନ ପରେ ଠାକୁରଙ୍କୁ ମହାସ୍ନାନ ଏବଂ ବେଶ କରାଯିବ। ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking