21.1 C
Bhubaneswar
Wednesday, February 11, 2026
Homeଓଡିଶାପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ରାଜ୍ୟରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜିଠାରୁ ବର୍ଷାର ପରିମାଣ କମିବ ବୋଲି କହିଛି। ଆଗାମୀ ୫ ଦିନଯାଏଁ ହାଲୁକରୁ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଆସନ୍ତା ୨୪ ଘଂଟାରେ କାଭ କାଁଭାଁ ସ୍ଥାନ ଯେପରିକି ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ୧୦ ତାରିଖ ଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଗତ ୨୪ ଘଂଟାରେ ସାରା ରାଜ୍ୟରେ ହାକୁକାରୁ ମଧ୍ୟମ ବର୍ଷା ସହ ୫ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ରେ ୧୩୪.୦୦ ମିମି ବର୍ଷା ରେକର୍ଡ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking