32.1 C
Bhubaneswar
Thursday, February 12, 2026
Homeଓଡିଶାନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ, ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ

ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ, ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ

ଭୁବନେଶ୍ୱର– ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି । ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking