26.1 C
Bhubaneswar
Wednesday, January 15, 2025
Homeଓଡିଶାଓଡ଼ିଆ ହକି ତାରକା ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି : ମୁଖ୍ୟମନ୍ତ୍ରୀ

ଓଡ଼ିଆ ହକି ତାରକା ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି : ମୁଖ୍ୟମନ୍ତ୍ରୀ

ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ
ଭୁବନେଶ୍ୱର: ଓଡ଼ିଆ ହକି ତାରକା ଅମିତ ରୋହିଦାସ ୪ କୋଟି ଟଙ୍କା ପାଇବେ । ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ରେ କାଂସ୍ୟ ପଦକ ଜିତିଥିବା ଭାରତୀୟ ହକି ଟିମ୍ ପାଇଁ ପୁରସ୍କାର ଘୋଷଣା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏହି ଘୋଷଣା କରିଛନ୍ତି । ଶ୍ରୀ ମାଝୀ କହିଛନ୍ତି, ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ । ଏହା ପୂର୍ବରୁ ମୋହନ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଲେଖିଛନ୍ତି, ଅଲିମ୍ପିକ୍ସ ପୁରୁଷ ହକିରେ ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଭାରତୀୟ ହକି ଦଳକୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା । ଏହି ବିଜୟ କୋଟି କୋଟି ଭାରତୀୟଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking