22.1 C
Bhubaneswar
Friday, February 13, 2026
Homeଅପରାଧପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ପୁରୀ : ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ଏପରି ଅଭାବନୀୟ ଘଟଣା ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡଗୋଡିଆ ସାହିରେ ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ହାତଗୋଡିଆ ସାହିର ଦିନେଶ କୁମାର ଖୁଣ୍ଟିଆ। ଦିନେଶଙ୍କ ସମ୍ପକୀୟଙ୍କ ଅଭିଯୋଗ ଅନୁଯାୟୀ, ଦିନେଶ ଘରେ ଥିଲା ବେଳେ ୫ଜଣ ଯୁବକ ତାଙ୍କୁ ବାହାରକୁ ଆସିବାକୁ କହିଥିଲେ। ପରେ ସମ୍ପୃକ ଯୁବକ ମାନେ ତାଙ୍କୁ ଏକ ଧାରୁଆ ଅସ୍ତ୍ରରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଦିନେଶ ରାସ୍ତା ଉପରେ ରକ୍ତ ଜୁଡ଼ୁବଡୁ ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ।ପରିବାର ଳୋକେ ଦିନେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉରା କରୁଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking