28.1 C
Bhubaneswar
Saturday, May 9, 2026
Homeଓଡିଶାକାଲିଠୁ ବଢ଼ିବ ବର୍ଷାର ପରିମାଣ

କାଲିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର : ଅଗଷ୍ଟ ୧୩ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼କରେ କିଛି କିଛି ଜାଗାରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୩ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ଓଡ଼ିଶା ସମେତ ଛତିଶଗଡ଼ରେ ବର୍ଷା କମିବା ହେତୁ ମହାନଦୀ ଓ ଅନ୍ୟ ନଦୀଗୁଡ଼ିକରେ ମଧ୍ୟ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ହୀରାକୁଦରେ ମାତ୍ର ୬ଟି ଗେଟ୍‌‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଛତିଶଗଡ଼ରୁ ପାଣି ଆସିବା ମାତ୍ରା ହ୍ରାସ ହେବା ପରେ ହୀରାକୁଦ ଗେଟ୍‌‌ ବନ୍ଦ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking