ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅର୍ଥାତ ଅଗଷ୍ଟ ୧୨ ତାରିଖ ସୋମବାର ବନ୍ଦ । ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ସୂଚୀତ କରାଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ଅଗଷ୍ଟ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ନେଇ ବିଜ୍ଞପ୍ତି ଜାରି କରାଯାଇଥିଲା। ମୁଖ୍ୟମନ୍ତ୍ରୀ ସେ ଦିନ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ସେହିପରି ଗତମାସ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତା ପୂର୍ବରୁ ଗତ ମାସ ୨୨ ତାରିଖ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ଜୁଲାଇ ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା।










