27.2 C
Bhubaneswar
Tuesday, June 9, 2026
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କୁର୍ଲି ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କ ଉପରେ ବସ୍ ଚଢ଼ିଗଲା । ଫଳରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ କୀର୍ତ୍ତନ ରଣା। ଆଜି ସକାଳେ କୀର୍ତ୍ତନ ସାଇକେଲ ନେଇ କୌଣସି କାମରେ ବଜାରକୁ ଯାଇଥିଲେ। ଘରକୁ ଫେରିବାବେଳେ ଏକ ବସ୍‌ କୁର୍ଲି ଗାଁର ମୁଖ୍ୟ ରାସ୍ତାରେ କୀର୍ତ୍ତନଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କୀର୍ତ୍ତନଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଫଳରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ପରେ କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking