26.1 C
Bhubaneswar
Thursday, March 26, 2026
Homeଓଡିଶାରାଜ୍ୟରେ ସାମାଜିକ ବିଶୃଙ୍ଖଳାକୁ ନେଇ ନବୀନଙ୍କ ଉଦବେଗ

ରାଜ୍ୟରେ ସାମାଜିକ ବିଶୃଙ୍ଖଳାକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ସାମାଜିକ ବିଶୃଙ୍ଖଳା ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆରେ ନବୀନ କହିଛନ୍ତି, ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି। ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ମୋତେ ଭେଟି ସେମାନଙ୍କ ଦୁଃଖ ଜଣାଉଛନ୍ତି। ସେମାନେ ଆକ୍ରମଣ ଓ ବିଦ୍ବେଷର ଶିକାର ହେଉଥିବା ଦୁଃଖର କଥା।

ମୁଁ ସମସ୍ତ ସମ୍ପ୍ରଦାୟକୁ ନିବେଦନ କରୁଛି, ଯେ ସେମାନେ ଓଡ଼ିଶାର ଭାବମୂର୍ତ୍ତି ତଥା ଗରିମା ରକ୍ଷା କରନ୍ତୁ। ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ ଭାବେ ଲୋକଙ୍କ ଧନ, ଜୀବନର ସୁରକ୍ଷା ସହ ଆଇନଶୃଙ୍ଖଳା ବଜାୟ ରଖିବା ଦିଗରେ କାମ କରନ୍ତୁ। ଏକ ସଦଭାବପୂର୍ଣ ରାଜ୍ୟ ଭାବରେ ଓଡ଼ିଶାର ପ୍ରତିଛବି ହିଁ ଆମ ରାଜ୍ୟକୁ ନିବେଶକଙ୍କୁ ଆକୃଷ୍ଟ କରିଆସିଛି ଏବଂ ଆମେ ଆମ ଆର୍ଥିକ ଭିତ୍ତିଭୂମି ସୁଦୃଢ଼ କରିପାରିଛୁ। ଆନନ୍ଦର କଥା, ଆମେ ୬୦ ପ୍ରତିଶତରୁ ଅଧିକ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରିପାରିଛୁ। ମୁଁ ରାଜ୍ୟ ସରକାରଙ୍କୁ ଏବଂ ସମସ୍ତ ସରକାରୀ ଅଧିକାରୀଙ୍କୁ ଅନୁରୋଧ କରୁଛି କି ରାଜ୍ୟର ସବୁ ବର୍ଗର ଲୋକଙ୍କ ସୁରକ୍ଷା ପାଇଁ ଯଥା ସମ୍ଭବ ସମସ୍ତ ପ୍ରକାରର ପଦକ୍ଷେପ ନିଅନ୍ତୁ। କାରଣ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ହେଉଛି ଏକ ପ୍ରଗତିଶୀଳ ସମାଜର ମୂଳଭିତ୍ତି। ଯେଉଁଠି ଶାନ୍ତିଥାଏ, ସେଇଠି ହିଁ ପ୍ରଗତି ସମ୍ଭବ ହୁଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking