24.9 C
Bhubaneswar
Tuesday, April 7, 2026
Homeଓଡିଶାସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଜି ପାଇଁ ୧୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଚି। ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking