ନୂଆଦିଲ୍ଲୀ : କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ନିଆଁ ସମଗ୍ର ଦେଶରେ ବ୍ୟାପିବାକୁ ଲାଗିଥିବା ବେଳେ ଏହା ଥମିବା ନାଁ ଧରୁନି। ବଡ଼ ପ୍ରତିବାଦ। ଟ୍ରେନି ଡ୍ରାକ୍ତରଙ୍କ ବିରୋଧରେ ହୋଇଥିବା ଭୟଙ୍କର ନିର୍ଯାତନା ପ୍ରତିବାଦରେ ଆଜି ଇଣ୍ଡିଆନ ମେଡିକାଲ ଆସୋସିଏଶନ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରୁଛି। ଏଥିଯୋଗୁ ରୋଗୀ ସେବା ଗୁରୁତର ଭାବେ ପ୍ରଭାବିତ ହେଉଛି।
ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ୨୪ ଘଣ୍ଟା କାଳ ଆନ୍ଦୋଳନ କରାଯାଉଛି। ଏହି ଧର୍ମଘଟରେ ପ୍ରଫେସର, ଡାକ୍ତର ଓ ଡାକ୍ତରୀ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି। ଏମର୍ଜେନ୍ସି ସେବା ଛାଡ଼ି ଓପିଡି, ଓଟି ଓ ଲ୍ୟାବ ସେବା ବୟକଟ ପାଇଁ ଆହ୍ବାନ ଦିଆଯାଇଛି।
ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଯୋଗୁ ଓଡ଼ିଶା ସମେତ ବି ଗୁଜରାଟ, କେରଳ, କର୍ଣ୍ଣାଟକା ସମେତ ଦେଶର ସବୁ ସହରରେ ସ୍ୱାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇ ପଡ଼ିଛି । ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସର ଅଧ୍ୟାପକ ସଂଘ (ଏଫଏଆଇଏମ) ଆଜି ଓପିଡି ଏବଂ ଓଟି ସେବା ସ୍ଥଗିତ ରଖିବାକୁ ଘୋଷଣା କରିଛି ।











