13.1 C
Bhubaneswar
Sunday, December 7, 2025
Homeଓଡିଶାବଜ୍ରପାତରେ ମୃତ୍ୟୁ ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା...

ବଜ୍ରପାତରେ ମୃତ୍ୟୁ ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking